ଦେଶରେ ପୁଣି ପୂର୍ବ ରେକର୍ଡ ଭାଙ୍ଗିଲା କରୋନା, ଦିନକରେ ପ୍ରାୟ ୧୫ ହଜାର ଆକ୍ରାନ୍ତ ଚିହ୍ନଟ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ ଦ୍ରୁତ ଗତିରେ ବୃଦ୍ଧି ପାଉଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା । ଆଜି ପୁଣି ପୂର୍ବ ରେକର୍ଡ ଭାଙ୍ଗି ପୁଣି ସର୍ବାଧିକ ୧୪ ହଜାର ୯୩୩ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଦେଶରେ ୪ ଲକ୍ଷ ୪୦ ହଜାର ଟପିଥିବା ବେଳେ ମୃତ୍ୟୁ ସଂଖ୍ୟା ୧୪ ହଜାର ପାର ହେଲାଣି । ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଆତଙ୍କ ସୃଷ୍ଟି କରିଛି ମହାମାରୀ କରୋନା । ଦିନକୁ ଦିନ ଏହି ଭୂତାଣୁ ଭୟଙ୍କର ରୂପ ନେଉଛି ।କିଛି ଦିନ ହେବ କ୍ରମାଗତ ପ୍ରାୟ ୧୫ ହଜାର ନୂଆ ଆକ୍ରାନ୍ତ ମାମଲା ସାମନାକୁ ଆସୁଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢୁଛି । ଗତ ୨୪ ଘଣ୍ଟାରେ ୧୪ ହଜାର ୯୩୩ ନୂଆ ମାମଲା ସାମନାକୁ ଆସିଛି। ଏହା ପୂର୍ବ ରେକର୍ଡ ଅପେକ୍ଷା ଅଧିକ । ଏହା ସହ ୩୧୨ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି।ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇ ୪ ଲକ୍ଷ ୪୦ ହଜାର ୨୧୫ ରେ ପହଂଚିଛି । ଏପର୍ଯ୍ୟନ୍ତ ଭାରତରେ ୧୪ ହଜାର ୦୧୧ ଜଣଙ୍କ ମୃତ୍ୟୁ ଘଟିଛି । ମୋଟ୍ ଆକ୍ରାନ୍ତଙ୍କ ମଧ୍ୟରୁ ୨ ଲକ୍ଷ ୪୮ ହଜାର ୧୯୦ ଜଣ ସୁସ୍ଥ ହୋଇଛନ୍ତି। ମୋଟ ଆକ୍ରାନ୍ତଙ୍କ ମଧ୍ୟରୁ ୧ ଲକ୍ଷ ୭୮ ହଜାର ୦୧୪ ସକ୍ରିୟ ଅଛନ୍ତି।ଏବେ ୧ ଲକ୍ଷ ୭୮ ହଜାର ୦୧୪ ଜଣ ଆକ୍ରାନ୍ତ ଦେଶର ବିଭିନ୍ନ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଛନ୍ତି ।

ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ଦିଆଯାଇଥିବା ସୂଚନା ଅନୁସାରେ କରୋନା ଭାଇରସରେ ମହାରାଷ୍ଟ୍ରରେ ସର୍ବାଧିକ ଲୋକଙ୍କ ମୃତ୍ୟୁ ହୋଇଛି ।ମହାରାଷ୍ଟ୍ରରେ ସର୍ବାଧିକ ୧ ଲକ୍ଷ ୩୫ ହଜାର ୭୯୬ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୬ ହଜାର ୨୮୩ ଜଣ ପ୍ରାଣ ହରାଇଥିବା ଜଣାପଡ଼ିଛି ।

Leave a Reply

Your email address will not be published.