ଗଞ୍ଜାମରେ ବଢୁଛି କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ପୁଣି ୫୦ ନୂଆ ପଜିଟିଭି ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ କରୋନା ମହାମାରୀ ହୁ ହୁ ହୋଇ ବଢ଼ିବାରେ ଲାଗିଛି। ପ୍ରତିଦିନ ଶହ ଶହ କରୋନା ସଂକ୍ରମିତ ଚିହ୍ନଟ ହେଇଛନ୍ତି  । ସେମାନଙ୍କ ମଧ୍ୟରୁ କିଛି ସ୍ଥାନୀୟ ଅଞ୍ଚଳର ହୋଇଥିବା ବେଳେ କିଛି ସଂଗରୋଧ କେନ୍ଦ୍ରରୁ ଚିହ୍ନଟ ହେଇଛନ୍ତି । ଏହାରି ମଧ୍ୟରେ ଗଞ୍ଜାମରେ ଆଉ ୫୦ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧୧୩୮ରେ ପହଞ୍ଚିଛି । ଚିହ୍ନଟ ନୂଆ ଆକ୍ରାନ୍ତଙ୍କ ମଧ୍ୟରେ ୧୩ ଜଣ କରୋନା ଯୋଦ୍ଧା ଅଛନ୍ତି। ସମସ୍ତ ଆକ୍ରାନ୍ତଙ୍କୁ କୋଭିଡ୍ ହସ୍ପିଟାଲ୍‌କୁ ସ୍ଥାନାନ୍ତର କରାଯାଇଛି।

ତେବେ ବର୍ତ୍ତମାନ ଜିଲ୍ଲାରେ ୩୧୨ ଜଣ ସକ୍ରିୟ ଥିବା ବେଳେ ସୁସ୍ଥ – ୭୬୮ ଜଣ ଅଛନ୍ତି। ଗଞ୍ଜାମରେ ମୃତ୍ୟୁ ସଂଖ୍ୟା ୮କୁ ବୃଦ୍ଧି ପାଇଛି। ଏନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ମିଳିଛି ।

Leave a Reply

Your email address will not be published. Required fields are marked *