ବୁର୍ଲା ଭିସୁଟର ୪ କର୍ମଚାରୀଙ୍କୁ କରୋନା

ସମ୍ବଲପୁର, (ଓଡିଶା ଟାଇମ୍) : ବୁର୍ଲା ସ୍ଥିତ ବୀରସୁରେନ୍ଦ୍ର ସାଏ ବୈଷୟିକ ବିଶ୍ୱବିଦ୍ୟାଳୟର ୪ ଜଣ କର୍ମଚାରୀ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏ ନେଇ ଜିଲ୍ଲା ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।

ପୂର୍ବରୁ ଆକ୍ରାନ୍ତ ଜଣେ ଅଧ୍ୟାପିକାଙ୍କ ସଂସ୍ପର୍ଶରେ ଆସି ଏହି ୪ କର୍ମଚାରୀ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ସୂଚନାଥାଉ କି, ସମ୍ପୃକ୍ତ ଅଧ୍ୟାପିକାଙ୍କ ସ୍ୱାମୀଙ୍କ କରୋନାରେ ମୃତ୍ୟୁ ଘଟିଥିଲା। ସ୍ୱାମୀଙ୍କ ମୃତ୍ୟୁ ପରେ ଅଧ୍ୟାପିକାଙ୍କ ନମୁନା ବି ପଜିଟିଭ ଆସିଥିଲା।

Leave a Reply

Your email address will not be published.