ବାଲେଶ୍ୱରର ଜଣେ ବିଧାୟକଙ୍କୁ କରୋନା !
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ପ୍ରଥମ ଥର ଲାଗି ଜଣେ ବିଧାୟକ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ନୀଳଗିରି ବିଧାୟକ ସୁକାନ୍ତ ନାୟକ କରୋନା ଭୂତାଣୁରେ ସଂକ୍ରମିତ ହୋଇଥିବା ସୂଚନା ମିଳିଛି। ବିଧାୟକଙ୍କ କରୋନା ପରୀକ୍ଷା ରିପୋର୍ଟ ପଜିଟିଭ ଆସିଛି। ଏ ସମ୍ପର୍କରେ ବିଧାୟକଙ୍କୁ ସ୍ୱାସ୍ଥ୍ୟ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।
ସୂଚନା ଅନୁସାରେ, ଦୁଇ ଦିନ ତଳେ ସମ୍ପୃକ୍ତ ବିଧାୟକଙ୍କ ସ୍ୱାବ୍ ଟେଷ୍ଟ୍ କରାଯାଇଥିଲା। ଆଜି ରିପୋର୍ଟ ଆସିବା ପରେ ସେ କରୋନାରେ ଆକ୍ରାନ୍ତ ଥିବା ନେଇ ଜଣାପଡ଼ିଥିଲା।
ସୂଚନାଥାଉ କି, ରାଜ୍ୟରେ ୨୪ ଜିଲ୍ଲାରୁ ଆଉ ୪୫୬ କରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମାଟ ଆକ୍ରାନ୍ତଙ୍କ ସଂଖ୍ୟା ୯,୫୨୬କୁ ବୃଦ୍ଧି ପାଇଥିବା ରାଜ୍ୟ ସୂଚନା ଓ ଲୋକ ସଂପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି।