ଭାରତରେ କରୋନା: ୨୪ ଘଣ୍ଟାରେ ୨୨,୭୫୨ ନୂଆ ଆକ୍ରାନ୍ତ, ୪୮୨ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୭ ଲକ୍ଷରୁ ଅଧିକ ଟପିଛି।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୦, ୬୪୨ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୨୨,୭୫୨ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୪୮୨ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୨,୬୪,୯୪୪ ରହିଛନ୍ତି।
ଏହା ବ୍ୟତୀତ ୪ ଲକ୍ଷ ୫୬ହଜାର ୮୩୦ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ମହାରାଷ୍ଟ୍ରରେ ଏଯାଏଁ ୨ ଲକ୍ଷ ୧୭ ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ଏକ ଲକ୍ଷରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି।