ସାଧାରଣ ଲୋକଙ୍କ ପାଇଁ ବନ୍ଦ ହେଲା ରାଜଭବନ
ଭୁବନେଶ୍ବର, (ଓଡିଶା ଟାଇମ୍) : କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ରାଜଭବନକୁ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା । ରାଜ୍ୟରେ କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ କୋଭିଡ-୧୯ ମାର୍ଗଦର୍ଶିକା ଆଧାରରେ ରାଜଭବନକୁ ଜୁଲାଇ ୩୧ ତାରିଖ ପର୍ଯ୍ୟନ୍ତ ଜନସାଧାରଣଙ୍କ ପ୍ରବେଶ ଉପରେ କଟକଣା ଲଗାଯାଇଛି ।
ଆବଶ୍ୟକ ହେଲେ ଟେଲିଫୋନ୍, ଫ୍ୟାକ୍ସ କିମ୍ବା ଇମେଲ ଯୋଗେ ରାଜଭବନ ସହ ଯୋଗାଯୋଗ କରିବାକୁ ରାଜଭବନ ପକ୍ଷରୁ କୁହାଯାଇଛି । ପୂର୍ବରୁ ଲୋକସେବା ଭବନରେ ମଧ୍ୟ ପ୍ରବେଶ ଉପରେ କଟକଣା ଲଗାଯାଇଥିଲା ।