ଭୁବନେଶ୍ବରରୁ ଆଜି ଆଉ ୪୬ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୫୨୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେମାନଙ୍କ ମଧ୍ୟରୁ ୪୬ଜଣ ଭୁବନେଶ୍ୱରରୁ ଚିହ୍ନଟ ହୋଇଥିବା ଜଣାପଡ଼ିଛି । ଚିହ୍ନଟ ହୋଇଥିବା ୪୬ଜଣଙ୍କ ମଧ୍ୟରୁ ୨୨ଜଣ କ୍ୱାରେଣ୍ଟିନ ସେଣ୍ଟରରୁ ଓ ୨୪ଜଣ ସ୍ଥାନୀୟ ଅଞ୍ଚଳରୁ ଚିହ୍ନଟ ହୋଇଛନ୍ତି । ଏହାସହ ୧୮ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।
ଅନ୍ୟପଟେ ଆଜି ରାଜ୍ୟରେ ୨୪ ଘଣ୍ଟା ମଧ୍ୟରେ ୫୨୭ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୦୬୨୪ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୩୮ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।