ରାଜ୍ୟ ପାଇଁ ଭଲ ଖବର, ଆଜି ରାଜ୍ୟରେ ସର୍ବାଧିକ ୪୦୧ ସୁସ୍ଥ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟ ପାଇଁ ଖୁସି ଖବର । ରାଜ୍ୟରେ ଆଜି ସର୍ବାଧିକ ୪୦୧  କରୋନା ସଂକ୍ରମିତ ସୁସ୍ଥ ହୋଇଛନ୍ତି । ଏହି କ୍ରମରେ ଓଡିଶାରେ ସୁସ୍ଥ ସଂଖ୍ୟା ୭୪୦୭କୁ ବୃଦ୍ଧି ପାଇଛି । ଏ ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ସୁସ୍ଥ ହୋଇଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରେ ସର୍ବାଧିକ ୧୦୦ ଓ ଗଜପତିରେ ୬୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି କଟକରୁ ୪୨, ଯାଜପୁରରୁ ୩୨, ଯାଜପୁରରୁ ୩୨, ଦେବଗଡ଼ରୁ ୧୯, କୋରାପୁଟରୁ ୧୮, ଖୋର୍ଦ୍ଧାରୁ ୧୫, ବରଗଡ଼ ଓ ଭଦ୍ରକରୁ ୧୪, ବାଲେଶ୍ବରରୁ ୧୨, କେନ୍ଦୁଝର ଓ ମାଲକାନଗିରିରୁ ୧୦-୧୦ ସୁସ୍ଥ, ଜଗତସିଂହପୁରରୁ ୯, ଝାରସୁଗୁଡ଼ା ଓ ମୟୂରଭଞ୍ଜରୁ ୭ ଜଣ ଲେଖାଏଁ, କନ୍ଧମାଳରୁ ୬, ନୟାଗଡ଼ ଓ ସମ୍ବଲପୁରରୁ ୫ ଜଣ ଲେଖାଏଁ ସୁସ୍ଥ, ନବରଙ୍ଗପୁରରୁ ୪, କେନ୍ଦ୍ରାପଡ଼ାରୁ ୩ ଓ ଢେଙ୍କାନାଳରୁ ୨ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।

Leave a Reply

Your email address will not be published.