ରାଜ୍ୟ ପାଇଁ ଖୁସି ଖବର, ଆଜି ୩୮୮ ଆକ୍ରାନ୍ତ ସୁସ୍ଥ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୩୮୮ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। ଫଳରେ ମୋଟ ଆରୋଗ୍ୟଙ୍କ ସଂଖ୍ୟା ୮୩୬୦କୁ ବୃଦ୍ଧି ପାଇଛି। ଏ ନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରଣାଳୟ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ତେବେ ଆଜି ଗଞ୍ଜାମରୁ ସର୍ବାଧିକ ୧୮୭ ଜଣ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ସେହିପରି ଖୋର୍ଦ୍ଧାରୁ ୩୭, କେନ୍ଦୁଝରରୁ ୩୧, ଯାଜପୁରରୁ ୩୧, କଟକରୁ ୨୬, ନୟାଗଡରୁ ୧୮, ପୁରୀରୁ ୧୬, ସମ୍ବଲପୁରରୁ ୧୪, ବାଲେଶ୍ୱରରୁ ୧୧, ଅନୁଗୁଳରୁ ୮, କେନ୍ଦ୍ରାପଡାରୁ ୬, ଗଜପତି ଓ ଝାରସୁଗୁଡାରୁ ୨ ଜଣ ଲେଖାଏଁ, ଭଦ୍ରକ ଓ ଦେଓଗଡରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି ।
ଗତ ୨୪ ଘଣ୍ଟା ମଧ୍ୟରେ ୫୭୦ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୫୨୬ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୮୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୮୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।