କରୋନା ନେଲା ଆଉ ୩ ଜଣଙ୍କ ଜୀବନ
ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶାରେ କରୋନା ନେଲା ଆଉ ୩ ଜଣଙ୍କ ଜୀବନ। ଏହି ୩ ଜଣଙ୍କୁ ମିଶାଇ ରାଜ୍ୟରେ କରୋନା ମୃତ୍ୟୁ ସଂଖ୍ୟା ୮୬ କୁ ବୃଦ୍ଧି ପାଇଛି। ଏଥିସହିତ ଓଡିଶାରେ କରୋନ ଆକ୍ରାନ୍ତଙ୍କ ସଂଖ୍ୟା ୧୬୭୦୧କୁ ବୃଦ୍ଧି ପାଇଛି। ଏନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗର ଟ୍ବିଟ୍ ସୂଚନା ଦିଆଯାଇଛି।
ତେବେ ଗଞ୍ଜାମ ଜିଲ୍ଲାରୁ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ଗଜପତିରୁ ଜଣଙ୍କର ମୃତ୍ୟୁ ହୋଇଛି । ଗଞ୍ଜାମ୨ ମୃତକ ପୁରୁଷ ହୋଇଥିବା ବେଳେ ଜଣଙ୍କୁ ୬୩ ବର୍ଷ ଓ ଅନ୍ୟକୁ ୬୦ ବର୍ଷ ବୋଲି ଜଣାପଡିଛି । ଗଜପତିର ଜଣେ ୪୮ ବର୍ଷୀୟ ମହିଳାଙ୍କ କରୋନା ଜନିତ ମୃତ୍ୟୁ ହୋଇଛି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ରାଜ୍ୟରେ ୫୯୧ ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୬୭୦୧ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୯୪ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୯୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।