ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୩୭,୧୪୮ ଆକ୍ରାନ୍ତ ଓ ୫୮୭ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୧୧ ଲକ୍ଷ ୫୫ ହଜାର ୧୯୧ରେ ପହଞ୍ଚିଛି ।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୨୮,୦୮୪ ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୩୭,୧୪୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୫୮୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୪,୦୨,୫୨୯ ରହିଛି।
ଏହା ବ୍ୟତୀତ ୭ ଲକ୍ଷ ୨୪ହଜାର ୫୭୮ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।
ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି।
ମହାରାଷ୍ଟ୍ରରେ ଏଯାଏଁ ୩ ଲକ୍ଷ ୧୮ ହଜାରରୁ ଅଧିକ ଲୋକ ସଂକ୍ରମିତ ହୋଇଥିବା ବେଳେ ଦିଲ୍ଲୀରେ ୧ ଲକ୍ଷ ୨୩ ହଜାର ୭୪୭ ରୁ ଅଧିକ ବ୍ୟକ୍ତି ଆକ୍ରାନ୍ତ ଥିବା ସୂଚନା ମିଳିଛି।