ରାଜ୍ୟରେ ଆଜି ୬ମୁଣ୍ଡ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍) : ଓଡିଶାରେ ଅଣାୟତ୍ତ ହେଉଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ଆଉ ୬ ଜଣ କରୋନା ଆକ୍ରାନ୍ତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୧୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୬ ମୃତକଙ୍କ ମଧ୍ୟରୁ ଗଞ୍ଜାମ ଜିଲ୍ଲାରୁ ୫ ଜଣ ଏବଂ ଜଣେ ଖୋର୍ଦ୍ଧା ଜିଲ୍ଲାର ରହିଛନ୍ତି । ଗଞ୍ଜାମ ଜିଲ୍ଲାର ଜଣେ ୪୧ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଖୋର୍ଦ୍ଧା ଜିଲ୍ଲାର ଜଣେ ୮୬ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୩ ବର୍ଷ ବୟସ୍କ ପୁରୁଷ ଯିଏ ଉଚ୍ଚ ରକ୍ତଚାପରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୫୧ ବର୍ଷ ବୟସ୍କା ମହିଳା ଯିଏ ମଧୁମେହ ଏବଂ ଡାଇବେଟିସ୍ କେଟୋଏସିଡୋସିସ୍ ରୋଗରେ ପୀଡିତ ଥିଲେ । ଗଞ୍ଜାମ ଜିଲ୍ଲାର ଜଣେ ୬୯ ବର୍ଷ ବୟସ୍କ ପୁରୁଷ । ଗଞ୍ଜାମ ଜିଲ୍ଲାର ଜଣେ ୫୭ ବର୍ଷ ବୟସ୍କ ପୁରୁଷ ଯିଏ ମଧୁମେହ ଏବଂ ଉଚ୍ଚ ରକ୍ତଚାପରେ ମଧ୍ୟ ପୀଡିତ ଥିଲେ ।