ରାଜ୍ୟରେ ଆଜି ଆଉ ୧୦ ମୁଣ୍ଡ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ଆଉ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୭କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ତେବେ ଆଜି ଗଞ୍ଜାମ ଓ ରାୟଗଡାରୁ ୩ ଜଣ ଲେଖାଁଏ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ସେହିପରି ଗଜପତିରେ ୨, ଖୋର୍ଦ୍ଧା ଓ କଳାହାଣ୍ଡିରେ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି ।

ସୂଚନାଯୋଗ୍ୟ ଯେ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା ମୋଟ୍ ୩୬୨୯୭ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏଥିମଧ୍ୟରୁ ୧୪୦୯୫ଟି ଆକ୍ଟିଭ୍‌ କେସ୍‌ ରହିଥିବା ବେଳେ ୨୧୯୫୪ଜଣ ସୁସ୍ଥ ହୋଇ ଘରକୁ ଫେରିଛନ୍ତି । ୨୦୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ ୪୧ ଜଣଙ୍କ ମୃତ୍ୟୁ ଅନ୍ୟ ରୋଗ ଯୋଗୁଁ ହୋଇଛି । ଏବେ ସୁଦ୍ଧା ରାଜ୍ୟରେ ୫୫୬୫୮୮ଟି ସାମ୍ପୁଲ ଟେଷ୍ଟ୍ ହୋଇଛି ।

Leave a Reply

Your email address will not be published.