ଦେଶରେ ୨୦ ଲକ୍ଷ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା; ୨୪ ଘଣ୍ଟାରେ ସର୍ବାଧିକ ୬୨ ହଜାରରୁ ଉର୍ଦ୍ଧ୍ୱ ପଜିଟିଭ

ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୦ ଲକ୍ଷରୁ ଅଧିକ ଟପିଛି ।

ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୧, ୫୮୫ରେ ପହଞ୍ଚିଛି । ଗତ ୨୪ ଘଣ୍ଟାରେ ସର୍ବାଧିକ ୬୨,୫୩୮ ଜଣ ଆକ୍ରାନ୍ତ ହୋଇଥିବା ବେଳେ ବର୍ତ୍ତମାନ ଆକ୍ଟିଭ୍ କେସ୍ ସଂଖ୍ୟା ୬,୦୭,୩୮୪ ରହିଛି ।

ଏହା ବ୍ୟତୀତ ୧୩ ଲକ୍ଷ ୭୮ ହଜାର ୧୦୬ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି।

ଏଥି ସହିତ ମହାରାଷ୍ଟ୍ର ଓ ଦିଲ୍ଲୀରେ ସବୁଠାରୁ ଅଧିକ ସଂକ୍ରମିତ ହୋଇଛନ୍ତି। ବର୍ତ୍ତମାନ ସୁଦ୍ଧା ଦିଲ୍ଲୀରେ ୪୦୪୪ ଜଣ ମୃତ୍ୟୁ ବରଣ କରିଥିବା ବେଳେ ମହାରାଷ୍ଟ୍ରରେ ଏହି ସଂଖ୍ୟା ୧୬,୪୭୬ ରହିଛି ।

Leave a Reply

Your email address will not be published. Required fields are marked *