ଦେଶରେ ଭୟଙ୍କର ହେଉଛି କରୋନା ସ୍ଥିତି; ଦିନକରେ ୬୨,୦୬୪ ଆକ୍ରାନ୍ତ ଓ ୧୦୦୭ ମୃତ
ନୂଆଦିଲ୍ଲୀ, (ଓଡ଼ିଶା ଟାଇମ୍): ଦେଶରେ କରୋନା ଭାଇରସ୍ ରୋଗୀଙ୍କ ସଂଖ୍ୟା ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଯାହା ଫଳରେ ଭାରତରେ ସଂକ୍ରମିତ ରୋଗୀଙ୍କ ସଂଖ୍ୟା ବର୍ତ୍ତମାନ ୨୨ ଲକ୍ଷ ୧୫ ହଜାର ୦୭୫ରୁ ଅଧିକ ଟପିଛି ।
ଦେଶରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୪୪,୩୮୬ରେ ପହଞ୍ଚିଛି। ଗତ ୨୪ ଘଣ୍ଟାରେ ସର୍ବାଧିକ ୬୨,୦୬୪ ଜଣ ଆକ୍ରାନ୍ତ ହୋଇଥିବା ବେଳେ ୧୦୦୭ ଜଣଙ୍କର ମୃତ୍ୟୁ ଘଟିଛି। ବର୍ତ୍ତମାନ ଆକ୍ଟିଭ୍ କେସ୍ ୬,୩୪,୯୪୫ ରହିଛି ।
ଏହା ବ୍ୟତୀତ ୧୫ ଲକ୍ଷ ୩୫ ହଜାର ୭୪୩ ଜଣ କରୋନାରୁ ଆରୋଗ୍ୟ ଲାଭ କରିଥିବା କେନ୍ଦ୍ର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ଦିଆଯାଇଛି ।
ଭାରତ ବିଶ୍ଵରେ ୩ୟ ସଂକ୍ରମିତ ରାଷ୍ଟ୍ର ଭାବେ ରହିଛି । ସେହିପରି ବିଶ୍ୱରେ ଏବେ ସମୁଦାୟ ସଂକ୍ରମିତଙ୍କ ସଂଖ୍ୟା ୧,୯୭,୯୨,୫୧୯ ରହିଛି। ଜନ ହପକିନ୍ସ ଯୁନିଭର୍ସିଟିର ପ୍ରକାଶିତ ରିପୋର୍ଟ ଅନୁଯାୟୀ ପ୍ରାୟ ୧୮୮ରୁ ଅଧିକ ଦେଶକୁ କରୋନା ଭାଇରସ୍ ବ୍ୟାପିଥିବା ବେଳେ ଏହାର ସଂକ୍ରମଣରେ ଏଯାବତ୍ ପ୍ରାୟ ୭ ଲକ୍ଷ ୩୦ ହଜାର ୦୮୯ରୁ ଅଧିକ ଲୋକଙ୍କର ମୃତ୍ୟୁ ହୋଇଛି ।