ଭଲ ଖବର, ସୁସ୍ଥ ହେଲେ ଆଉ ୧୭୮୫ କରୋନା ଆକ୍ରାନ୍ତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୭୮୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି । ଏହାସହ ଓଡ଼ିଶାରେ କରୋନା ଆକ୍ରାନ୍ତଙ୍କ ସୁସ୍ଥ ସଂଖ୍ୟା ୩୪୮୦୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଆରୋଗ୍ୟ ଲାଭ କରିଥିବା ଆକ୍ରାନ୍ତଙ୍କ ମଧ୍ୟରେ ଗଞ୍ଜାମରୁ ସର୍ବାଧିକ ୪୦୪, ଖୋର୍ଧାରୁ ୨୬୩, କଟକରୁ ୧୨୬, ସମ୍ବଲପୁରରୁ ୧୨୬, କେଉଁଝରରୁ ୧୦୧, ମାଲକାନଗିରରୁ ୯୧, ରାୟଗଡାରୁ ୮୧, ଗଜପତିରୁ ୮୦, ଢେଙ୍କାନାଳରୁ ୬୦, ମୟୂରଭଞ୍ଜରୁ ୫୦, ଯାଜପୁରରୁ ୪୯, କଳାହାଣ୍ଡିରୁ ୪୮, ବାଲେଶ୍ୱରରୁ ୩୨, ନୟାଗଡରୁ ୩୧, ସୁନ୍ଦରଗଡରୁ ୩୦ଜଣ ରହିଛନ୍ତି ।

Leave a Reply

Your email address will not be published.