ରାଜ୍ୟରେ ଆଜି ୯ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି ୧୯୮୧ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଆଉ ୯ଜୀବନ ନେଇଛି କରୋନା । ମୃତକଙ୍କ ମଧ୍ୟରେ ଗଞ୍ଜାମରୁ ୩, ମୟୁରଭଞ୍ଜରୁ ୨, କଟକରୁ ୨, କନ୍ଧମାଳ ଓ ସୁନ୍ଦରଗଡ଼ରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି । ଏହାସହ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ୩୧୪କୁ ବୃଦ୍ଧି ପାଇଛି । ରେକର୍ଡ଼ ଅନୁସାରେ ଗତ ୧୩ ଦିନରେ ୧୩୭ ଜୀବନ ନେଲାଣି କରୋନା । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୯୮୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୨୬୫୩ ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୨୨୫ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୭୫୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.