ଭୁବନେଶ୍ବରରୁ ଆଜି ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ଭୁବନେଶ୍ୱରରୁ ୨୩୭ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତିି । ଚିହ୍ନଟ ହୋଇଥିବା ୨୩୭ ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ ସଙ୍ଗରୋଧ କେନ୍ଦ୍ରରୁ ୧୩୨ ଓ ସ୍ଥାନୀୟ ଅଞ୍ଚଳରୁ ୧୦୫ ଜଣ ଚିହ୍ନଟ ହୋଇଛନ୍ତି । ଏହାସହ ଆଜି ୧୦୧ ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି । ଏନେଇ ବିଏମସି ପକ୍ଷରୁ ସୂଚନା ମିଳିଛି ।

ବର୍ତ୍ତମାନ ସୁଦ୍ଧା ଭୁବନେଶ୍ୱରରୁ ୪୫୯୫ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ୩୦୧୫ ଜଣ ସୁସ୍ଥ ହୋଇଛନ୍ତି ଓ ୨୩ ଜଣଙ୍କର ମୃତ୍ୟୁ ହୋଇଛି । ଏବେ ୧୫୫୧ ଜଣ ଚିକିତ୍ସିତ ଅବସ୍ଥାରେ ଅଛନ୍ତି ।

 

Leave a Reply

Your email address will not be published. Required fields are marked *