ଭୁବନେଶ୍ୱରରୁ ଆଉ ୨୭୭ କରୋନା ପଜିଟିଭ୍ ଚିହ୍ନଟ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ୱରରୁ ୨୭୭ଜଣ କରୋନା ସଂକ୍ରମିତ ଚିହ୍ନଟ ହୋଇଛନ୍ତି । ଏହାମଧ୍ୟରୁ କ୍ୱାରେଣ୍ଟାଇନରେ ୧୮୧ଜଣ ରହିଥିବା ବେଳେ ୯୬ ଜଣ ହେଉଛନ୍ତି ସ୍ଥାନୀୟ ସଂକ୍ରମିତ । ସେହିପରି ୧୩୩ଜଣ ସୁସ୍ଥ ମଧ୍ୟ ହୋଇଛନ୍ତି ।

ରାଜଧାନୀରେ ଏବେସୁଦ୍ଧା ୫୧୧୯ଜଣ କରୋନା ପଜିଟିଭ୍ ଚିହ୍ନଟ ହୋଇଥିବା ବେଳେ ୩୨୫୧ଜଣ ଆରୋଗ୍ୟ ଲାଭ କରିଛନ୍ତି । ସେହିପରି ୨୩ଜଣ ପ୍ରାଣ ହରାଇଥିବା ବେଳେ ୧୮୩୯ଟି ସକ୍ରିୟ କେସ୍ ରହିଛି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୪୯୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୫୭୧୨୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୯୧ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୦୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.