ରାଜ୍ୟରେ ଆଜି ଆଉ ୯ ଜୀବନ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍): ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୩୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି
୯ ମୃତକଙ୍କ ମଧ୍ୟରେ ଗଞ୍ଜାମ ଜିଲ୍ଲାରୁ ୨ ଜଣ, କଟକ ଜିଲ୍ଲାରୁ ଦୁଇ ଜଣ, ଖୋର୍ଦ୍ଧା ଓ ଭୁବନେଶ୍ୱରରୁ ଜଣେ ଲେଖାଏଁ , ରାୟଗଡ଼ା ଜିଲ୍ଲାରୁ ଜଣେ, ବଲାଙ୍ଗୀର ଜିଲ୍ଲାରୁ ୨ଜଣ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୩୨୬୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୧୬୬୭୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୯୬୧ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୩୦୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।
3. A 90 year old male of Bhubaneswar.
4. A 50 year old male of Cuttack district who was also suffering from Tuberculosis.
5. A 67 year old female of Cuttack district who was also suffering from Diabetes & Hypertension.
6. A 70 year old male of Ganjam district.
— H & FW Dept Odisha (@HFWOdisha) September 4, 2020
7. A 50 year old male of Ganjam district who was also suffering from Diabetes.
8. A 67 year old male of Khordha district who was also suffering from Diabetes.
9. A 52 year old female of Rayagada district who was also suffering from Diabetes.
— H & FW Dept Odisha (@HFWOdisha) September 4, 2020