ରାଜ୍ୟରେ ଆଉ ୧୦ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୦ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୫୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

୧୦ ମୃତକଙ୍କ ମଧ୍ୟରୁ ଗଞ୍ଜାମରୁ ୩ ଜଣ । ବାଲେଶ୍ୱର, ଖୋର୍ଦ୍ଧା, କଟକ, କଳାହାଣ୍ଡି, କୋରାପୁଟ , ନୟାଗଡ଼ ଓ ରାୟଗଡ଼ାରୁ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି। 

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୮୬୧ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୨୭୮୯୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୨୭୮ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୫୮୩ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

 

 

Leave a Reply

Your email address will not be published.