ରାଜ୍ୟରେ କରୋନା ନେଲା ଆଉ ୧୩ ମୁଣ୍ଡ

ଭୁବନେଶ୍ବର, (ଓଡିଶା ଟାଇମ୍) :  ରାଜ୍ୟରେ କରୋନା ନେଲା  ଆଉ ୧୩ ମୁଣ୍ଡ । ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।  ଏହାକୁ ମିସାଇ ରାଜ୍ୟରେ ସମୁଦାୟ କରୋନାଜନିତ ମୃତ୍ୟୁ ସଂଖ୍ୟା ୫୬୯ରେ ପହଞ୍ଚିଛି।

୧୩ ମୃତକଙ୍କ ମଧ୍ୟରେ ପୁରୀରୁ ୩ ଜଣ  ମୃତ୍ୟୁବରଣ କରିଥିବାବେଳେ  ଗଞ୍ଜାମ, ମୟୂରଭଞ୍ଜ ଓ ରାୟଗଡ଼ାରୁ ୨ ଜଣ ଲେଖାଏଁ ଏବଂ କଟକ, କନ୍ଧମାଳ, ଖୋର୍ଦ୍ଧା ଓ ସୁବର୍ଣ୍ଣପୁରରୁ ଜଣେ ଲେଖାଏଁ ମୃତ୍ୟୁବରଣ  କରିଛନ୍ତି। 

ଅନ୍ୟପଟେ,୨୪ ଘଣ୍ଟା ମଧ୍ୟରେ ୩୪୯୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୩୧୩୮୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୦୯୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୩୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି । 

Leave a Reply

Your email address will not be published.