ଆଜି ମଧ୍ୟ ୪ହଜାରରୁ ଅଧିକ : ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୧ ଲକ୍ଷ ୭୫ହଜାର ୫୫୦କୁ ବୃଦ୍ଧି

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୪୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୫୫୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୯ଜଣ, ବାଲେଶ୍ୱର ଜିଲ୍ଲାରୁ ୧୮୩ଜଣ, ବରଗଡ଼ ଜିଲ୍ଲାରୁ ୧୧୬ଜଣ, ଭଦ୍ରକ ଜିଲ୍ଲାରୁ ୪୩ଜଣ, ବଲାଙ୍ଗୀର ଜିଲ୍ଲାରୁ ୭୮ଜଣ, ବୌଦ୍ଧ ଜିଲ୍ଲାରୁ ୫୫ଜଣ, କଟକ ଜିଲ୍ଲାରୁ ୪୯୧ଜଣ, ଦେଓଗଡ଼ ଜିଲ୍ଲାରୁ ୨୩ଜଣ, ଢେଙ୍କାନାଳ ଜିଲ୍ଲାରୁ ୮୦ଜଣ, ଗଜପତି ଜିଲ୍ଲାରୁ ୪୩ଜଣ, ଗଞ୍ଜାମ ଜିଲ୍ଲାରୁ ୬୫ଜଣ, ଜଗତସିଂହପୁର ଜିଲ୍ଲାରୁ ୧୪୬ଜଣ, ଯାଜପୁର ଜିଲ୍ଲାରୁ ୧୭୬ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୮୦ଜଣ, କଳାହାଣ୍ଡି ଜିଲ୍ଲାରୁ ୯୦ଜଣ, କନ୍ଧମାଳ ଜିଲ୍ଲାରୁ ୧୦୨ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୧୨୩ଜଣ, କେନ୍ଦୁଝର ଜିଲ୍ଲାରୁ ୭୨ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୬୬୩ଜଣ, କୋରାପୁଟ ଜିଲ୍ଲାରୁ ୧୧୪ଜଣ, ମାଲକାନଗିରି ଜିଲ୍ଲାରୁ ୬୩ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୦୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୧୦୨ଜଣ, ନୟାଗଡ଼ ଜିଲ୍ଲାରୁ ୪୭ଜଣ, ନୂଆପଡ଼ା ଜିଲ୍ଲାରୁ ୫୨ଜଣ, ପୁରୀ ଜିଲ୍ଲାରୁ ୩୨୬ଜଣ, ରାୟଗଡ଼ା ଜିଲ୍ଲାରୁ ୯୨ଜଣ, ସମ୍ବଲପୁର ଜିଲ୍ଲାରୁ ୧୫୪ଜଣ, ସୋନପୁର ଜିଲ୍ଲାରୁ ୮୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨୧ଜଣ, ଷ୍ଟେଟ ପୁଲ୍‌ରୁ ୨୧୦ଜଣ ରହିଛନ୍ତି ।

Leave a Reply

Your email address will not be published.