ରାଜ୍ୟରେ ଆଉ ୯ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି ।

ମୃତକଙ୍କ ମଧ୍ୟରୁ ବରଗଡ଼ରୁ ୨, ଭଦ୍ରକ, ବଲାଙ୍ଗୀର, କଟକ, ଗଜପତି, ପୁରୀ, ରାୟଗଡ଼ା, ସମ୍ବଲପୁରରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି । ଏହାସହ ଓଡ଼ିଶାରେ କରୋନା ଜନିତ ମୃତ୍ୟୁ ସଂଖ୍ୟା ୬୯୧କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୪୨୦୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୧୭୫୫୫୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୪୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୭୬୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.