ରାଜ୍ୟରେ ସର୍ବାଧିକ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୧୫ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୭୩୬କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୫ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ, ପୁରୀ ଜିଲ୍ଲାରୁ ୨ ଜଣ ଲେଖାଏଁ, ବାଲେଶ୍ବର, କଟକ, ଢେଙ୍କାନାଳ, କନ୍ଧମାଳ, ମାଲକାନଗିରି, ନୟାଗଡ ଏବଂ ନୂଆପଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।