ଆଜି ପ୍ରକାଶ ପାଇବ +୩ ମେଧା ତାଲିକା

ଭୁବନେଶ୍ବର, (ଓଡିଶା ଟାଇମ୍) : ଉଚ୍ଚଶିକ୍ଷା ବିଭାଗ ଅଧୀନରେ ଥିବା ସମସ୍ତ ଯୁକ୍ତ ତିନି କଲେଜ(ଡିଗ୍ରୀ କଲେଜ, ସେଲ୍ଫ ଫାଇନାସିଂ କଲେଜ, ସଂସ୍କୃତ କଲେଜ)ରେ ସ୍ନାତକ(+୩) ନାମଲେଖା ପାଇଁ ସୋମବାର ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ।

ସାମ୍ସ ଇ-ଆଡମିସନ୍‌ ଜରିଆରେ ନାମଲେଖା ପ୍ରକ୍ରିୟା ଚାଲିଛି। ରାଜ୍ୟର ୧୦୨୯ ଶିକ୍ଷାନୁଷ୍ଠାନରେ ନାମ ଲେଖାଇବା ପାଇଁ ମୋଟ ୨ ଲକ୍ଷ ୩୦ ହଜାର ୭୮ ଛାତ୍ରଛାତ୍ରୀ ନାମ ପଞ୍ଜିକରଣ କରିଛନ୍ତି। ୨ ଲକ୍ଷ ୧୨ ହଜାର ୯୯୮ ବିଦ୍ୟାର୍ଥୀ ଆବେଦନ କରିଥିବାବେଳେ ୨ ଲକ୍ଷ ୧୧ ହଜାର ୬୮୦ ଛାତ୍ରଛାତ୍ରୀ ଦେୟ ପୈଠ କରିଛନ୍ତି। ଆସନ୍ତା କାଲି ପୂର୍ବାହ୍ଣ ୧୧ଟାରେ ପ୍ରଥମ ପର୍ଯ୍ୟାୟ ମେଧା ତାଲିକା ପ୍ରକାଶ ପାଇବ। ସେପ୍ଟେମ୍ବର ୨୮ରୁ ଅକ୍ଟୋବର ପହିଲା ରାତି ୧୧ଟା ୪୫ ସୁଦ୍ଧା ଛାତ୍ରଛାତ୍ରୀ ସାମ୍ସ ଆକାଉଣ୍ଟରେ ଅନ୍‌ଲାଇନ୍‌ରେ ନାମଲେଖା ଫି ଦାଖଲ କରିପାରିବେ। ସେପ୍ଟେମ୍ବର ୨୮ରୁ ଅକ୍ଟୋବର ପହିଲା ରାତି ୧୧ଟା ୪୫ ସୁଦ୍ଧା ଛାତ୍ରଛାତ୍ରୀ ସାମ୍ସ ଆକାଉଣ୍ଟରେ ଅନ୍‌ଲାଇନ୍‌ରେ ନାମଲେଖା ଫି ଦାଖଲ କରିପାରିବେ।

୨୯ ତାରିଖରୁ ଅକ୍ଟୋବର ୨ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ନାମଲେଖା ଅନୁଷ୍ଠିତ ହେବ। ନାମଲେଖା ସମ୍ବନ୍ଧୀୟ ସବିଶେଷ ତଥ୍ୟ ଅନ୍‌ଲାଇନ୍‌ରେ ଅପଡେଟ୍‌ ହେବ। ୩ ତାରିଖ ସନ୍ଧ୍ୟା ୫ଟାରେ କେତେ ଛାତ୍ରଛାତ୍ରୀ ନାମ ଲେଖାଇଛନ୍ତି ସେ ସମ୍ବନ୍ଧର ତଥ୍ୟ ୱେବସାଇଟରେ ଉପଲବ୍ଧ ରହିବ। ୨୯ ସେପ୍ଟେମ୍ବରରୁ ଅକ୍ଟୋବର ୩ ପର୍ଯ୍ୟନ୍ତ ଛାତ୍ରଛାତ୍ରୀ ଉପର ପସନ୍ଦ କଲେଜରେ ଆବେଦନ କରିବା ପାଇଁ ଅନ୍‌ଲାଇନ୍‌ରେ ସ୍ଲାଇଡ୍‌ ଅପ୍‌ ଫର୍ମପୂରଣ କରିବାକୁ ପଡ଼ିବ।

Leave a Reply

Your email address will not be published. Required fields are marked *