ରାଜ୍ୟରେ କରୋନା ନେଲା ଆଉ ୧୬ ଜୀବନ; ଖୋର୍ଦ୍ଧା ଜିଲାରୁ ୬ମୃତ

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଆଜି କରୋନା ଆଉ ୧୬ ଜଣଙ୍କ ଜୀବନ ନେଇଛି। ଏଥିସହ ରାଜ୍ୟରେ ମୋଟ ମୃତ୍ୟୁ ସଂଖ୍ୟା ୮୭୫କୁ ବୃଦ୍ଧି ହୋଇଛି। ଏ ନେଇ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ କରି ସୂଚନା ଦିଆଯାଇଛି।

ଆଜି କରୋନାରେ ୧୬ ଜଣ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲାରୁ ସର୍ବାଧିକ ୬ ଜଣଙ୍କ ମୃତ୍ୟୁ ଘଟିଛି । ଖୋର୍ଦ୍ଧା ଜିଲାରୁ ୬ ଜଣ ମୃତକଙ୍କ ମଧ୍ୟରୁ ଭୁବନେଶ୍ବରର ୪ ଜଣ ରହିଛନ୍ତି। ନୟାଗଡ ଜିଲାରୁ ୩ ଜଣଙ୍କର ମୃତ୍ୟୁ ହୋଇଛି। କଟକ ଓ ବାଲେଶ୍ବର ଜିଲାରୁ ୨ ଜଣ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ସେହିପରି ଜହତସିଂହପୁର, କଳାହାଣ୍ଡି ଓ ବରଗଡ଼ା ଜିଲାରୁ ଜଣେ ଲେଖାଏଁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟିଛି।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୩୬୦୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୨୬୩୩୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୨୧୦୯ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୪୯୧ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *