ରାଜ୍ୟରେ ସର୍ବାଧିକ ୧୮କରୋନା ସଂକ୍ରମିତଙ୍କ ମୃତ୍ୟୁ, ୯୫୮ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଦିନକୁ ଦିନ ବିଗିଡିବାରେ ଲାଗିଛି କରୋନା ସ୍ଥିତି । ୨୪ ଘଣ୍ଟା ମଧ୍ୟରେ ସର୍ବାଧିକ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୫୮କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୮ ମୃତକଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ୪ ଜଣ, ନୟାଗଡ, ପୁରୀ ଏବଂ ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ବୌଦ୍ଧ, ଦେବଗଡ, ଯାଜପୁର, କନ୍ଧମାଳ, ଖୋର୍ଦ୍ଧା, କୋରାପୁଟ, ମୟୁରଭଞ୍ଜ ଓ ସମ୍ବଲପୁରରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୯୯୫ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୦୯୯୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୩୭ ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୨୫୮ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।