ରାଜ୍ୟରେ ଆଉ ୧୭ ଜୀବନ ନେଲା କରୋନା

ଭୁବନେଶ୍ବର, (ଓଡିଶା ଟାଇମ୍) :ରାଜ୍ୟରେ ଆଜି ଆଉ ୧୭ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୯୯୧କୁ ବୃଦ୍ଧି ପାଇଛି। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ କରି ସୂଚନା ଦିଆଯାଇଛି।

୧୬ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ବାଲେଶ୍ବର ଜିଲ୍ଲାରୁ ୩ ଜଣ, ପୁରୀ ଏବଂ ମୟୂରଭଞ୍ଜ ଜିଲ୍ଲାରୁ ୨ ଜଣ ଲେଖାଏଁ, ମାଲକାନଗିରି, ବରଗଡ, କଳାହାଣ୍ଡି, କନ୍ଧମାଳ, ନୟାଗଡ ଏବଂ ସୁବର୍ଣ୍ଣପୁର ଜିଲ୍ଲାରୁ ଜଣେ ଲେଖାଏଁ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି ।

ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୬୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୪୬୮୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୭୬ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୧୨୧ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.