ରାଜ୍ୟରେ ପୁଣି ୧୬ ଜୀବନ ନେଲା କରୋନା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୬ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୨୨କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
ତେବେ ଆଜି ଖୋର୍ଦ୍ଧାରୁ ସର୍ବାଧିକ ୫ ଓ ବାଲେଶ୍ୱରରୁ ୪ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି । ସେହିପରି ଢେଙ୍କାନାଳରୁ ୨, ଗଜପତି, କଳାହାଣ୍ଡି, କେନ୍ଦ୍ରାପଡା, କୋରାପୁଟ, ପୁରୀରୁ ଜଣେ ଲେଖାଏଁ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ ହୋଇଛି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୨୫୪୬ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୨୨୩୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୫୦୪ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୪୨ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।