ଭୁବନେଶ୍ୱରରୁ ଆଜି ୨୯୦ କରୋନା ଆକ୍ରାନ୍ତ ଚିହ୍ନଟ
ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜଧାନୀ ଭୁବନେଶ୍ବରରୁ ୨୯୦ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ବାରେଣ୍ଟାଇନ୍ରୁ ୭୯ ଜଣ ଏବଂ ଲୋକାଲ୍ କଣ୍ଟାକ୍ଟ କେସରେ ୨୧୧ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି।
ତେବେ ଆଜି କରୋନା ଆକ୍ରାନ୍ତଙ୍କ ମଧ୍ୟରୁ ୩୫୨ଜଣ ସୁସ୍ଥ ହୋଇଛନ୍ତି। ଭୁବନେଶ୍ୱରରୁ ଆଜି ପର୍ଯ୍ୟନ୍ତ ୨୫ ହଜାର ୪୬୪ ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ସେଥିମଧ୍ୟରୁ ୨୧ ହଜାର ୮୯୭ ଜଣ ସୁସ୍ଥ ହୋଇସାରିଛନ୍ତି। ଆଜି ସୁଦ୍ଧା ଭୁବନେଶ୍ବରରେ ଆକ୍ଟିଭ୍ କେସ ୩ ହଜାର ୪୨୯ ଜଣ ରହିଥିବାବେଳେ ୧୧୭ ଜଣଙ୍କର ମୃତ୍ୟୁ ହୋଇଛି ବୋଲି ବିଏମ୍ସି ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି।