ରାଜ୍ୟରେ ଆଉ ୧୮ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୦୪୦ରେ ପହଞ୍ଚିଲା ମୋଟ୍ ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୮ ଜଣ କରୋନା ସଂକ୍ରମିତ ପ୍ରାଣ ହରାଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୦୪୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୮ ମୃତକଙ୍କ ମଧ୍ୟରୁ କଟକ ଜିଲ୍ଲାରୁ ୪ ଜଣ, ବାଲେଶ୍ୱର, ଖୋର୍ଦ୍ଧା ଜିଲ୍ଲାରୁ ୩ ଜଣ ଲେଖାଏଁ, ଯାଜପୁର, ସୁନ୍ଦରଗଡ ଜିଲ୍ଲାରୁ ୨ ଜଣ ଲେଖାଏଁ, ଜଗତସିଂହପୁର, ମୟୁରଭଞ୍ଜ, ନବରଙ୍ଗପୁର ଏବଂ ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୨୬୨୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୫୪୬୬୨ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୪୧୭ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୧୦୦୬ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।