ରାଜ୍ୟରେ ଚିହ୍ନଟ ହେଲେ ୧୯୧୩ କରୋନା ସଂକ୍ରମିତ, ୨୭୬୦୯୪ରେ ପହଞ୍ଚିଲା ଆକ୍ରାନ୍ତଙ୍କ ସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୯୧୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୭୬୦୯୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୧୦୯ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୮୦୪ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୦୬ଜଣ , ବାଲେଶ୍ୱର ଜିଲ୍ଲାରୁ ୭୩ ଜଣ, ବରଗଡ଼ ଜିଲ୍ଲାରୁ ୬୩ଜଣ, ଭଦ୍ରକ ଜିଲ୍ଲାରୁ ୪୬ଜଣ, ବଲାଙ୍ଗୀର ଜିଲ୍ଲାରୁ ୬୩ଜଣ, ବୌଦ୍ଧ ଜିଲ୍ଲାରୁ ୧୨ଜଣ, କଟକ ଜିଲ୍ଲାରୁ ୧୫୦ଜଣ, ଦେଓଗଡ଼ ଜିଲ୍ଲାରୁ ୫ଜଣ, ଢେଙ୍କାନାଳ ଜିଲ୍ଲାରୁ ୪୮ଜଣ, ଗଜପତି ଜିଲ୍ଲାରୁ ୪ଜଣ, ଗଞ୍ଜାମ ଜିଲ୍ଲାରୁ ୨୮ଜଣ, ଜଗତସିଂହପୁର ଜିଲ୍ଲାରୁ ୯୯ଜଣ, ଯାଜପୁର ଜିଲ୍ଲାରୁ ୭୨ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪୮ଜଣ, କଳାହାଣ୍ଡି ଜିଲ୍ଲାରୁ ୮୨ଜଣ, କନ୍ଧମାଳ ଜିଲ୍ଲାରୁ ୪୮ଜଣ, କେନ୍ଦ୍ରାପଡା ଜିଲ୍ଲାରୁ ୫୧ଜଣ, କେନ୍ଦୁଝର ଜିଲ୍ଲାରୁ ୭୪ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୨୫୪ଜଣ, କୋରାପୁଟ ଜିଲ୍ଲାରୁ ୫୪ଜଣ, ମାଲକାନଗିରି ଜିଲ୍ଲାରୁ ୧୬ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୯୨ଜଣଷ ନବରଙ୍ଗପୁର ଜିଲ୍ଲାରୁ ୪୧ଜଣଷ ନୟାଗଡ଼ ଜିଲ୍ଲାରୁ ୩୩ଜଣ, ନୂଆପଡ଼ା ଜିଲ୍ଲାରୁ ୬୩ଜଣ, ପୁରୀ ଜିଲ୍ଲାରୁ ୫୫ଜଣ, ରାୟଗଡ଼ା ଜିଲ୍ଲାରୁ ୧୪ଜଣ, ସମ୍ବଲପୁର ଜିଲ୍ଲାରୁ ୫୦ଜଣ, ସୋନପୁର ଜିଲ୍ଲାରୁ ୨୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୯୯ଜଣ, ଷ୍ଟେଟ ପୁଲ୍‌ରୁ ୫୦ଜଣ ରହିଛନ୍ତି ।

Leave a Reply

Your email address will not be published.