ରାଜ୍ୟରେ ଆଉ ୧୨ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୩୬୪ରେ ପହଞ୍ଚିଲା ମୃତକଙ୍କ ସଂଖ୍ୟା
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୧୪୭୪ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୨ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୩୬୪କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୨ ମୃତକଙ୍କ ମଧ୍ୟରୁ ମାଲକାନଗିରି, ମୟୁରଭଞ୍ଜ ଜିଲ୍ଲାରୁ ୩ ଜଣ ଲେଖାଏଁ, ଖୋର୍ଦ୍ଧା ଜିଲ୍ଲାରୁ ୨ ଜଣ, ଯାଜପୁର, ଝାରସୁଗୁଡା, କେନ୍ଦୁଝର ଏବଂ ରାୟଗଡା ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ୨୪ ଘଣ୍ଟା ମଧ୍ୟରେ ୧୪୭୪ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୨୯୫୮୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୮୫୫ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୬୧୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।