ରାଜ୍ୟରେ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) : ଆଜି ରାଜ୍ୟରେ ୧୫ ଜଣ କରୋନା ରୋଗୀ ଆଖି ବୁଜିଛନ୍ତି । ଏହାକୁ ମିଶାଇ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୧,୪୬୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ମିଳିଛି ।

ରାଜ୍ୟରେ ଗତ ୨୪ ଘଣ୍ଟା ମଧ୍ୟରେ ୧୨୨୦କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୫୦୦୦ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୭୦୩ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୫୧୭ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published.