ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ
ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୯୦୨ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୧୦କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।
୧୫ ମୃତକଙ୍କ ମଧ୍ୟରୁ ସୁନ୍ଦରଗଡ ଜିଲ୍ଲାରୁ ସର୍ବାଧିକ ୫ ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୪ ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ବାଲେଶ୍ବର, ଜଗତସିଂହପୁର, କନ୍ଧମାଳ, ପୁରୀ ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।
ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୯୦୨କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୦୭୯୦୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୫୨୩ଜଣ କ୍ବାରେଣ୍ଟାଇନ୍ରେ ରହିଥିବା ବେଳେ ୩୭୯ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।