ରାଜ୍ୟରେ ଆଉ ୧୫ କରୋନା ସଂକ୍ରମିତଙ୍କ ମୃତ୍ୟୁ, ୧୫୭୫ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା

ଭୁବନେଶ୍ବର, (ଓଡିଶା ଟାଇମ୍) : ୨୪ ଘଣ୍ଟା ମଧ୍ୟରେ ୮୬୮ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୧୫ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୫୭୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ଦିଆଯାଇଛି ।

ଅନ୍ୟପଟେ, ରାଜ୍ୟରେ ଆଜି ପୁଣି ୩୦ ଜିଲ୍ଲାରୁ ୮୬୮ ଜଣ ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ସେମାନଙ୍କ ମଧ୍ୟରୁ କ୍ୱାରେଣ୍ଟାଇନରୁ ୫୦୨ ଜଣ ଓ ସ୍ଥାନୀୟ ଅଞ୍ଚଳରୁ ୩୬୬ ଜଣ ଚିହ୍ନଟ ହୋଇଛନ୍ତି । ଏହି କ୍ରମରେ ରାଜ୍ୟରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୧୦,୯୨୦କୁ ବୃଦ୍ଧି ପାଇଛି । ଏନେଇ ସୂଚନା ଓ ଲୋକ ସମ୍ପର୍କ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

Leave a Reply

Your email address will not be published. Required fields are marked *