ଆଜି ଡିସେମ୍ବର ୧୫ ରାଶିଫଳ: ଜାଣନ୍ତୁ ବୃତ୍ତି ଅନୁସାରେ ଆପଣଙ୍କ ରାଶି କ’ଣ କହୁଛି

ମେଷ

ବିଭିନ୍ନ ସମସ୍ୟାକୁ ନେଇ ମନ ବିଭ୍ରାନ୍ତ ରହିବ । ଅନୁନୟ ବିନୟର ସହ ସାହାର୍ଯ୍ୟ ମାଗୁଥିବା ଲୋକଟିକୁ ସାହାର୍ଯ୍ୟ କରି ଆତ୍ମସନ୍ତୋଷ ଲାଭ କରିବେ । ନୂତନ ବନ୍ଧୁ ପ୍ରସ୍ତାବ ସ୍ଥିରୀକୃତ ହୋଇପାରେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୯ ।
ଚାଷୀ- ଉତ୍ତମ ବିହନ, କୃଷି ବିଭାଗରୁ ଆଣନ୍ତୁ ।
ରୋଗୀ- ଚକ୍ଷୁ ପୀଡା ହେବ ।
ଛାତ୍ରଛାତ୍ରୀ- ବିଦ୍ୱାନ୍ ହେବେ ।
କର୍ମଜୀବି- ପ୍ରଶଂସିତ ହେବେ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍‌, ପଳେଇ ଯାଇପାରେ ।
ଗୃହିଣୀ- ମିତ୍ର ସୁଖ ପାଇବେ ।

ବୃଷ

ଆନୁଷଙ୍ଗିକ ସାହାର୍ଯ୍ୟ ସହ-ଯୋଗ ଲାଭ କରି ଚେଷ୍ଟା କରୁଥିବା କାମଟିକୁ ପୂର୍ଣ୍ଣାଙ୍କ କରିପାରିବେ । ନିକଟ ସମ୍ପର୍କୀୟଙ୍କ ଚକ୍ରାନ୍ତରୁ କେତେକ ଅପୂରଣୀୟ ଆଶା ମନରେ ଦୁଃଖ ଦେଇପାରେ । ଶୁଭ ଅଙ୍କ ୩ ।
ଚାଷୀ- ଚାଷ କାର୍ଯ୍ୟରେ ଉନ୍ନତି ପରିଲକ୍ଷିତ ହେବ ।
ରୋଗୀ- ଅସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- କାର୍ଯ୍ୟ ତତ୍ପର ରହିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ କ୍ଷତି ହେବ ।
ଗୃହିଣୀ- ନୂଆବସ୍ତ୍ର ଲାଭ ହେବ ।

ମିଥୁନ

ଆରମ୍ଭ କରିଥିବା କାର୍ଯ୍ୟ ହାସଲ ପାଇଁ ଚେଷ୍ଟିତ ହେବେ । କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବାରୁ ଦୁଶ୍ଚିନ୍ତା ବୃଦ୍ଧି ପାଇପାରେ । ବ୍ୟବସାୟମାନଙ୍କ ପାଇଁ ଦିନଟି ଭଲରେ କଟିବ ନାହିଁ । ଶୁଭ ରଙ୍ଗ କ୍ରୀମ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳ ସଞ୍ଚୟ କରନ୍ତୁ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ପାଠପଢା ପ୍ରତି ସଜାଗ ରହିବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- କାର୍ଯ୍ୟରେ ବ୍ୟସ୍ତ ରହିବେ ।

କର୍କଟ

ନିଜର ବ୍ୟବହାରରେ ପରିବର୍ତ୍ତନ ଆଣିବା ସହ ସତର୍କତା ଅବଲମ୍ବନ କାରିବା ଭଲ ହେବ । ଅଫିସ୍ ରୁ ଅସମର୍ଥିତ ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଶୁଭ ରଙ୍ଗ ଗ୍ରୀନ୍ । ଶୁଭ ଅଙ୍କ ୮ ।
ଚାଷୀ- ଚାଷରେ ଉନ୍ନତି ପାଇଁ କୃଷି ବିଭାଗର ପରାମର୍ଶ ନିଅନ୍ତୁ ।
ରୋଗୀ- ସାମାନ୍ୟ ସୁସ୍ଥ ଅନୁଭବ କରିବେ ।
ଛାତ୍ରଛାତ୍ରୀ- କ୍ରୀଡାରେ ମନ ଦେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସଫଳତା ହାତଛଡା ହୋଇଯିବ ।
ଗୃହିଣୀ- ଘର କାମରେ ବ୍ୟସ୍ତ ରହିବେ ।

ସିଂହ

ଭୁଲ୍ ବୁଝାମଣାରୁ ଘରେ ଅଶାନ୍ତିକର ପରିବେଶ ସୃଷ୍ଟି ହେବ । ଯେଉଁ ଜିନିଷଟିକୁ ପାଇବାକୁ ଆଶା କରିଛନ୍ତି ତାହା ପାଇବାର ଆଶା ରହିଛି । ଗାଡିମୋଟର ସମ୍ପର୍କୀୟ ଦୁଶ୍ଚିନ୍ତା ଆସିବ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୫ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ଡାକ୍ତରୀ ପରୀକ୍ଷା ନିହାତି କରନ୍ତୁ ।
ଛାତ୍ରଛାତ୍ରୀ- ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ଅର୍ଥ ହାନୀ ହେବ ।
ବ୍ୟବସାୟୀ- ଅର୍ଥ ଲାଭ ହେବ ।
ଗୃହିଣୀ- ସୌଭାଗ୍ୟ ପ୍ରାପ୍ତ ହେବ ।

କନ୍ୟା

ସ୍ୱାସ୍ଥ୍ୟ ସମସ୍ୟା ଦୁଶ୍ଚିନ୍ତାର କାରଣ ହେବ । ଆର୍ଥିକ ଅନଟନ ହେତୁକ ଗୁରୁତ୍ୱପୂର୍ଣ୍ଣ କାମଟି ଅଟକି ଯିବ । ଜଣେ ବନ୍ଧୁଙ୍କ ଉପସ୍ଥିତିକୁ କେନ୍ଦ୍ର କରି ପରିବାରରେ ଝଗଡା ଲାଗିପାରେ । ଶୁଭ ରଙ୍ଗ ଧଳା । ଶୁଭ ଅଙ୍କ ୨ ।
ଚାଷୀ- ଜମିର ଉର୍ବରତା ପାଇଁ ଜୈବିକ ସାରର ବ୍ୟବହାର କରନ୍ତୁ ।
ରୋଗୀ- ଅସାଧ୍ୟ ରୋଗ ରୁ ମୁକ୍ତ ହେବେ ।
ଛାତ୍ରଛାତ୍ରୀ- ସାଠରେ ମନ ଦେବେ ।
କର୍ମଜୀବି- ଉନ୍ନତିର ମାର୍ଗ ମିଳିବ ।
ବ୍ୟବସାୟୀ- ସୁଯୋଗକୁ ହାତ ଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ମ କାର୍ଯ୍ୟରେ ବ୍ୟସ୍ତ ରହିବେ ।

ତୁଳା

ବିଭ୍ରାନ୍ତିକର ଖବର ପାଇ ସାମୟିକ ଭାବରେ ବିବ୍ରତ ହୋଇପାରନ୍ତି । ଦୈହିକ ଦୁର୍ବଳତା କର୍ମକ୍ଷେତ୍ରକୁ ମନ୍ଥର କରିପାରେ । ମନକୁ ନ ପାଇବା ହେତୁ କିଣି ଆଣିଥିବା ଜିନିଷ ବଦଳାଇବା କଷ୍ଟକର ହେବ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ରଙ୍ଗ ୪ ।
ଚାଷୀ- ଉତ୍ତମ ଫଳ ପାଇବେ ।
ରୋଗୀ- ସତର୍କତାର ଦିନ ।
ଛାତ୍ରଛାତ୍ରୀ- ବହୁ ପରିଶ୍ରମ କରିବାକୁ ପଡିବ ।
କର୍ମଜୀବି- କାର୍ଯ୍ୟ କରି ପ୍ରଶଂସିତ ହେବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ବିଛା

ଆକସ୍ମିକ ପ୍ରତିବନ୍ଧକ କାରଣରୁ ଯୋଜନାଗୁଡିକ ମଧ୍ୟ ଠିକ୍ ଭାବେ କାର୍ଯ୍ୟକାରୀ ନ ହୋଇପାରେ । ଅର୍ଥ ସମ୍ପର୍କୀୟ କାମରେ ଜଣେ ବାଲ୍ୟବନ୍ଧୁ ସାହାର୍ଯ୍ୟ କରିବେ । ଶୁଭ ରଙ୍ଗ ପିଚ୍ । ଶୁଭ ଅଙ୍କ ୯ ।
ଚାଷୀ- ଅନ୍ୟ ଚାଷ କରିବାକୁ ମନ ବଳାଇବେ ।
ରୋଗୀ- ଅସାଧ୍ୟ ରୋଗରେ ପୀଡିତ ହେବେ ।
ଛାତ୍ରଛାତ୍ରୀ- ବିଜ୍ଞ ହେବେ ।
କର୍ମଜୀବି- ସମ୍ମାନିତ ହେବେ ।
ବ୍ୟବସାୟୀ- ସହ-ଯୋଗୀ ବ୍ୟବସାୟ ଲାଭଜନକ ।
ଗୃହିଣୀ- ପୂଜା ପାଠରେ ବ୍ୟସ୍ତ ରହିବେ ।

ଧନୁ

ଆଶାନୁରୂପକ ସଫଳତା ହାସଲ କରିବାରେ ଜଣେ ବିଜାତୀୟ ବନ୍ଧୁ ସାହାର୍ଯ୍ୟ କରିବେ । କେତେକ କ୍ଷେତ୍ରରେ ସୁଯୋଗ ପାଇଲେ ମଧ୍ୟ ସଦ୍‌-ବ୍ୟବହାର କରିବା କାଠିକର ପାଠ ହେବ । ଶୁଭ ରଙ୍ଗ ମେରୁନ୍ । ଶୁଭ ଅଙ୍କ ୩ ।
ଚାଷୀ- ଆଧୁନିକ ପଦ୍ଧିର ଯନ୍ତ୍ରପାତି ବିଷୟରେ ଜ୍ଞାନ ନିଅନ୍ତୁ ।
ରୋଗୀ- ବ୍ୟାୟାମ୍ କରିବା ଉଚିତ୍ ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ପ୍ରମୋସନ୍ ମିଳିବ ।
ବ୍ୟବସାୟୀ- ହାତକୁ ଆସୁଥିବା ଡିଲ୍ କୁ ହାତଛଡା କରନ୍ତୁ ନାହିଁ ।
ଗୃହିଣୀ- ଧର୍ଯ୍ୟବାନ୍ ହେବେ ।

ମକର

ଫାଇଲ୍ କାମ ଅଟକି ରହିଥିବା ସକାଶେ ଅନୁତାପ କରିବାକୁ ପଡିପାରେ । କର୍ମକ୍ଷେତ୍ରରେ ଅନ୍ୟମାନଙ୍କ ମତକୁ ସମ୍ମାନ ଦେଲେ ପ୍ରଶଂସିତ ହେବେ । ମନୋଭାବ ପୋଷଣ କରି ଆତ୍ମୀୟସ୍ୱଜନ ଦୂରେଇ ଯାଇପାରନ୍ତି । ଶୁଭ ରଙ୍ଗ କଫି । ଶୁଭ ଅଙ୍କ ୭ ।
ଚାଷୀ- ଗୋବର କ୍ଷତର ବ୍ୟବହାର କରିବା ଉଚିତ୍ ।(ପରୀକ୍ଷିତ)
ରୋଗୀ- ଆର‌୍ୟୁରବେଦୀ ଚିକିତ୍ସା ଲାଭ ଦେବ ।
ଛାତ୍ରଛାତ୍ରୀ- ଗ୍ରୀନ୍ ରଙ୍ଗର ଆସନରେ ବସି ପଢନ୍ତୁ ।
କର୍ମଜୀବି- ସ୍ୱକାର୍ଯ୍ୟ କରିବେ ।
ବ୍ୟବସାୟୀ- ସ୍ୱାଭିମାନୀ ହେବେ ।
ଗୃହିଣୀ- ସଦିଚ୍ଛା ଭାବ ରହିବ ।

କୁମ୍ଭ

ଗତକାଲିର ଘଟଣା ମନକୁ ବିବ୍ରତ କଲେ ହେଁ ମଧ୍ୟାହ୍ନ ପରେ ମନ ଶାନ୍ତ ରହିବ । କୌଣସି କ୍ଷେତ୍ରରେ ପ୍ରତିକ୍ରିୟାଶୀଳ ମନୋବୃତ୍ତି ପୋଷଣ କଲେ ଅସୁବିଧାରେ ପଡିବେ । ଶୁଭ ରଙ୍ଗ ନାରଙ୍ଗୀ । ଶୁଭ ଅଙ୍କ ୨ ।
ଚାଷୀ- ଆଧୁନିକ ପଦ୍ଧତିରେ ଚାଷ କାର୍ଯ୍ୟ କରିବେ ।
ରୋଗୀ- ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦିଅନ୍ତୁ ।
ଛାତ୍ରଛାତ୍ରୀ- ଅନ୍‌ଲାଇନ୍ ବିଦ୍ୟା ଆରୋହଣ କରିବେ ।
କର୍ମଜୀବି- ସୁରୁଖୁରୁରେ କାର୍ଯ୍ୟ କରିବେ ।
ବ୍ୟବସାୟୀ- ନୂଆ ବ୍ୟବସାୟ ଲାଭ ହେବ ।
ଗୃହିଣୀ- ଧାର୍ମିକ ହେବେ ।

ମୀନ

ଆଶା କରୁଥିବା ବନ୍ଧୁଙ୍କ ଠାରୁ ସାହାର୍ଯ୍ୟ ଓ ସହ-ଯୋଗ ପାଇ ସ୍ଥଗିତ କାମକୁ ତ୍ୱରାନ୍ୱିତ କରିବେ । ଆଜିର ଯାତ୍ରା ସମୟରେ ଅଜଣା ଅଶୁଣା ବ୍ୟକ୍ତି ଠାରୁ ଦୂରେଇ ରହିବା ଭଲ । ଶୁଭ ରଙ୍ଗ ଲାଲ୍ । ଶୁଭ ଅଙ୍କ ୬ ।
ଚାଷୀ- ଜଳବାୟୁ ବିଷୟରେ ସଠିକ୍ ବିବରଣୀ ନିଅନ୍ତୁ ।
ରୋଗୀ- ଚିକିତ୍ସା ପାଇଁ ବିଦେଶ ଯାଇପାରନ୍ତି ।
ଛାତ୍ରଛାତ୍ରୀ- ଉଚ୍ଚ ଶିକ୍ଷା ଆବଶ୍ୟକ ।
କର୍ମଜୀବି- ଜଳଯାତ୍ରା ମନା ।
ବ୍ୟବସାୟୀ- ମଧୁରଭାଷୀ ହେବେ ।
ଗୃହିଣୀ- ମାନସିକ ଶାନ୍ତି ପାଇବେ ।

 

Leave a Reply

Your email address will not be published.