ଦେଶରେ ୨୨,୦୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ; ୩୫୪ ମୃତ

ନୂଆଦିଲ୍ଲୀ, (ଓଡିଶା ଟାଇମ୍) : ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ହ୍ରାସ ପାଇଥିବା ଦେଖାଯାଇଛି। ଦେଶରେ ୨୪ ଘଣ୍ଟାରେ ୨୨,୦୬୫ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାସହ ଚିକିତ୍ସାଧୀନ ଅବସ୍ଥାରେ ୩୫୪ ଆକ୍ରାନ୍ତଙ୍କ ମୃତ୍ୟୁ ହୋଇଛି। ମୋଟ ମୃତ୍ୟୁ ସଂଖ୍ୟା ୧ଲକ୍ଷ ୪୩ ହଜାର ୭୦୯ରେ ପହଞ୍ଚିଛି।

ସେହିପରି ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୯୯,୦୬,୧୬୫କୁ ବୃଦ୍ଧି ପାଇଛି। ୩,୩୯,୮୨୦ ସକ୍ରିୟ ଆକ୍ରାନ୍ତ ଚିକିତ୍ସାଧୀନ ଅବସ୍ଥାରେ ରହିଛନ୍ତି। ୯୪,୨୨,୬୩୬ ଆକ୍ରାନ୍ତ ସୁସ୍ଥ ହୋଇ ଘରକୁ ଫେରିଛନ୍ତି। ଏନେଇ କେନ୍ଦ୍ର ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରାଳୟ ପକ୍ଷରୁ ସୂଚନା ମିଳିଛି।

Leave a Reply

Your email address will not be published.