ରାଜ୍ୟରେ ଆଉ ୪ କରୋନା ସଂକ୍ରମିତ ପ୍ରାଣ ହରାଇଲେ

ଭୁବନେଶ୍ବର, (ଓଡିଶା ଟାଇମ୍) :୨୪ ଘଣ୍ଟା ମଧ୍ୟରେ ୩୦୦ କରୋନା ସଂକ୍ରମିତ ଚିହ୍ନଟ ହୋଇଥିବା ବେଳେ ୪ ଜଣଙ୍କର ମୃତ୍ୟୁ ହୋଇଛି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନାଜନିତ ମୃତ୍ୟୁ ସଂଖ୍ୟା ୧୮୧୫କୁ ବୃଦ୍ଧି ପାଇଛି । ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

୪ ମୃତକଙ୍କ ମଧ୍ୟରେ ମୟୁରଭଞ୍ଜ ଜିଲ୍ଲାରୁ ୨ ଜଣ, ଜଗତସିଂହପୁର, ସମ୍ବଲପୁର ଜିଲ୍ଲାରୁ ଜଣେ ଲେଖାଏଁ ରହିଛନ୍ତି ।

ଅନ୍ୟପଟେ, ଗତ ୨୪ ଘଣ୍ଟା ମଧ୍ୟରେ ୩୦୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୨୪୩୮୯ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *