ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୩୦ କୋଭିଡ୍ ସଂକ୍ରମିତ

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୩୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୧୧୫୧ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୯୬ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୋଳ ଜିଲ୍ଲାରୁ ୨୪ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୧୭ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୧୮ଜଣ, ବୌଦ୍ଧ ଜିଲ୍ଲାରୁ ୨ଜଣ, କଟକ ଜିଲ୍ଲାରୁ ୧୨ଜଣ, ଦେଓଗଡ଼ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୪ଜଣ, ଜଗତସିଂହପୁର ଜିଲ୍ଲାରୁ ୫ଜଣ, ଯାଜପୁର ଜିଲ୍ଲାରୁ ୧୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୧୪ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୬ଜଣ, କେନ୍ଦୁଝର ଜିଲ୍ଲାରୁ ୩ଜଣ, ଖୋର୍ଦ୍ଧା ଜିଲ୍ଲାରୁ ୧୨ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୧୧ଜଣ, ନବରଙ୍ଗପୁର ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୧୧ଜଣ, ପୁରୀ ଜିଲ୍ଲାରୁ ୧୦ଜଣ, ସମ୍ବଲପୁର ଜିଲ୍ଲାରୁ ୧୫ଜଣ, ସୋନପୁର ଜିଲ୍ଲାରୁ ୪ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୦ଜଣ, ଷ୍ଟେଟ୍‌ ପୁଲ୍‌ରୁ ୨ଜଣ ରହିଛନ୍ତି ।

Leave a Reply

Your email address will not be published.