ଆଜିଠୁ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ
ପୁରୀ, (ଓଡିଶା ଟାଇମ୍) :ଆଜିଠୁ ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ । ପୁରୀ ଶ୍ରୀମନ୍ଦିର ସେବାୟତଙ୍କ ପୁଣି କୋଭିଡ୍ ଟେଷ୍ଟ କରାଯିବ। ପ୍ରତିଦିନ ୫୦ ସେବାୟତଙ୍କ ଆର୍ ଟିପିସିଆର୍ ପରୀକ୍ଷା କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ସୂଚନା ଦିଆଯାଇଛି।
ଗ୍ରାଣ୍ଡରୋଡ୍ ର ଉତ୍କଳ ହୀନ୍ଦି ବିଦ୍ୟାପୀଠରେ ସେବାୟତମାନଙ୍କର କୋଭିଡ୍ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବିଜ୍ଞପ୍ତି ପ୍ରକାଶ ପାଇଛି । ଶ୍ରୀମନ୍ଦିର ସେବାୟତଙ୍କ କୋଭିଡ୍ ଟେଷ୍ଟ ଫେବୃଆରୀ ୨୭ ପର୍ଯ୍ୟନ୍ତ ଚାଲିବ। ପ୍ରଥମେ ସୁଆର ଓ ମହାସୁଆରଙ୍କ କୋଭିଡ୍ ଟେଷ୍ଟ କରାଯିବ। ଏହାପରେ ପର୍ଯ୍ୟାୟ କ୍ରମେ ଅନ୍ୟ ସେବାୟତଙ୍କ କୋଭିଡ୍ ଟେଷ୍ଟ କରାଯିବ ବୋଲି ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ପ୍ରକାଶ କରାଯାଇଛି।