ରାଜ୍ୟରେ ଚିହ୍ନଟ ହେଲେ ଆଉ ୧୦୮ କୋଭିଡ୍ ପଜିଟିଭ୍‌

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୧୦୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୪୯୫୮ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୬୩ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୪୫ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୮ଜଣ, ବାଲେଶ୍ୱର ଜିଲ୍ଲାରୁ ୧୦ଜଣ, ବରଗଡ଼ ଜିଲ୍ଲାରୁ ୮ଜଣ, କଟକ ଜିଲ୍ଲାରୁ ୯ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଗଜପତି ଜିଲ୍ଲାରୁ ୩ଜଣ, ଜଗତସିଂହପୁର ଜିଲ୍ଲାରୁ ୪ଜଣ, ଯାଜପୁର ଜିଲ୍ଲାରୁ ୭ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୪ଜଣ, କଳାହାଣ୍ଡି ଦିଲ୍ଲାରୁ ଜଣେ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୩ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୪ଜଣ, ମୟୁରଭଞ୍ଜ ଜିଲ୍ଲାରୁ ୨ଜଣ, ନୟାଗଡ଼ ଜିଲ୍ଲାରୁ ଜଣେ, ନୂଆପଡ଼ା ଜିଲ୍ଲାରୁ ୮ଜଣ, ପୁରୀ ଜିଲ୍ଲାରୁ ୭ଜଣ, ରାୟଗଡ଼ା ଜିଲ୍ଲାରୁ ୩ଜଣ, ସମ୍ବଲପୁର ଜିଲ୍ଲାରୁ ୧୦ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ ପୁଲ୍‌ରୁ ଜଣେ ରହିଛନ୍ତି ।

Leave a Reply

Your email address will not be published. Required fields are marked *