ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୩ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୫୩ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୫୧୩ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୨ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ବାଲେଶ୍ୱର ଜିଲ୍ଲାରୁ ଜଣେ, ବରଗଡ଼ ଜିଲ୍ଲାରୁ ୪ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ଜଣେ, ବୌଦ୍ଧ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୩ଜଣ, କୋରାପୁଟ ଜିଲ୍ଲାରୁ ୩ଜଣ, ନୂଆପଡ଼ା ଜିଲ୍ଲାରୁ ୩ଜଣ, ପୁରୀ ଜିଲ୍ଲାରୁ ୨ଜଣ, ରାୟଗଡ଼ା ଜିଲ୍ଲାରୁ ଜଣେ, ସମ୍ବଲପୁର ଜିଲ୍ଲାରୁ ୧୧ଜଣ, ସୋନପୁର ଜିଲ୍ଲାରୁ ଜଣେ, ସୁନ୍ଦରଗଡ଼ ଜିଲ୍ଲାରୁ ୭ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *