ରାଜ୍ୟରେ ଚିହ୍ନଟ ହେଲେ ଆଉ ୫୮ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) :ଗତ ୨୪ ଘଣ୍ଟା ମଧ୍ୟରେ ୫୮ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୬୩୬ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

Leave a Reply

Your email address will not be published. Required fields are marked *