ରାଜ୍ୟରେ ଚିହ୍ନଟ ହେଲେ ଆଉ ୬୯ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୬୯ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୬୭୦୫ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୩୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୪ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

 

Leave a Reply

Your email address will not be published. Required fields are marked *