ପ୍ରଭୁ ଶ୍ରୀଲିଙ୍ଗରାଜ ପୀଠରେ ରାତି ୧୦ଟାରେ ଉଠିବ ମହାଦୀପ
ଭୁବନେଶ୍ବର, (ଓଡିଶା ଟାଇମ୍) :ଭୁବନେଶ୍ବରର ପ୍ରସିଦ୍ଧ ଶୈବପୀଠ ଶ୍ରୀଲିଙ୍ଗରାଜଙ୍କ ମନ୍ଦିରରେ ଅନୁଷ୍ଠିତ ହେବ ଜାଗର ଯାତ୍ରା । ମହାଶିବରାତ୍ରୀ ଅବସରରେ ଚଳିତ ବର୍ଷ ରାତି ୧୦ଟାରେ ମହାଦୀପ ଉଠିବା ନେଇ ସମୟ ନିର୍ଦ୍ଧାରଣ କରାଯାଇଛି । ଚଳିତ ଥର କୋଭିଡ୍ କଟକଣାକୁ ଦୃଷ୍ଟିରେ ରଖି ଶ୍ରଦ୍ଧାଳୁମାନେ ଜାଗର ଜାଳିବା ନେଇ କୁହାଯାଇଛି । ପ୍ରଭୁ ଶ୍ରୀଲିଙ୍ଗରାଜଙ୍କ ଜାଗର ଯାତ୍ରା ପାଇଁ ଅନୁଷ୍ଠିତ ପ୍ରସ୍ତୁତି ବୈଠକରେ ଏଭଳି ନିଷ୍ପତ୍ତି ନିଆଯାଇଛି ଯ
ସେପଟେ ମହାଦୀପ ଉଠିବା ପରେ ମନ୍ଦିର ବାହାରେ ଥିବା ଭକ୍ତଙ୍କୁ ପ୍ରଭୁ ଲିଙ୍ଗରାଜଙ୍କ ଦର୍ଶନକୁ ବାରଣ କରାଯାଇଛି । ପୋଲିସ କମିଶନରଙ୍କ ଅଧ୍ୟକ୍ଷତାରେ ବୈଠକ ଅନୁଷ୍ଠିତ ହୋଇଥିଲା । ବୈଠକ ପରେ ଭୁବନେଶ୍ବର ଡିସିପି ଓ ଏଡିଏମ୍ ଏହି ସୂଚନା ଦେଇଛନ୍ତି ।