ରାଜ୍ୟରେ ଚିହ୍ନଟ ହେଲେ ଆଉ ୭୦ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୭୦ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୩୭୭୪୪ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୪୧ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୨୯ ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ତେବେ ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୧୧ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ଜଣେ, କଟକ ଜିଲ୍ଲାରୁ ୩ଜଣ, ଦେଓଗଡ଼ ଜିଲ୍ଲାରୁ ୨ଜଣ, ଢେଙ୍କାନାଳ ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୪ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ଜଣେ, ଖୋର୍ଦ୍ଧା ଜିଲ୍ଲାରୁ ୧୬ଜଣ, ପୁରୀ ଜିଲ୍ଲାରୁ ଜଣେ, ରାୟଗଡ଼ା ଜିଲ୍ଲାରୁ ୨ଜଣ, ସମ୍ବଲପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୧୨ଜଣ, ଷ୍ଟେଟ୍‌ ପୁଲ୍‌ରୁ ୪ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *