ସ୍ବରେଜ ଟାଙ୍କି ସଫାବେଳେ ଅଘଟଣ : ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ

ଭୁବନେଶ୍ବର, (ଓଡିଶା ଟାଇମ୍) :ସ୍ବରେଜ ଟାଙ୍କି ସଫା କଲା ବେଳେ ଅଘଟଣ । ଟାଙ୍କି ଭିତରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ଭୁବନେଶ୍ବର ସ୍ଥିତ ବଡଗଡ ଥାନା ବ୍ରହ୍ମେଶ୍ବର ପାଟଣା ଅଞ୍ଚଳରେ ଘଟିଛି ଏଭଳି ଅଭାବନୀୟ ଘଟଣା । ଉଦ୍ଧାର କଲା ଅଗ୍ନିଶମ ବାହିନୀ ।

ସୂଚନାଯୋଗ୍ୟ ଯେ, ଭୁବନେଶ୍ବର ସ୍ଥିତ ବଡଗଡ ଥାନା ବ୍ରହ୍ମେଶ୍ବର ପାଟଣା ଅଞ୍ଚଳରେ ଘଟିଛି ଅଭାବନୀୟ ଘଟଣା । ସ୍ବରେଜ ଟାଙ୍କି ସଫା କଲା ବେଳେ ଟାଙ୍କି ଭିତରେ ଶ୍ବାସରୁଦ୍ଧ ହୋଇ ୨ ଶ୍ରମିକଙ୍କ ମୃତ୍ୟୁ ହୋଇଛି । ସେମାନଙ୍କୁ ଉଦ୍ଧାର କରି ମେଡିକାଲରେ ଭର୍ତ୍ତି କରିଥିଲେ ଅଗ୍ନିଶମ ବାହିନୀ କର୍ମଚାରୀ । ସେଠାରେ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଛନ୍ତି ।

Leave a Reply

Your email address will not be published. Required fields are marked *