ରାଜ୍ୟରେ ଚିହ୍ନଟ ହେଲେ ଆଉ ୨୯୭ କୋଭିଡ୍ ପଜିଟିଭ୍

ଭୁବନେଶ୍ବର, (ଓଡିଶା ଟାଇମ୍) : ଗତ ୨୪ ଘଣ୍ଟା ମଧ୍ୟରେ ୨୯୭ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି । ଏହାକୁ ମିଶାଇ ରାଜ୍ୟରେ ମୋଟ୍ କରୋନା ସଂକ୍ରମିତଙ୍କ ସଂଖ୍ୟା ୩୪୦୯୧୭ରେ ପହଞ୍ଚିଛି । ଏନେଇ ରାଜ୍ୟ ସୂଚନା ଓ ଲୋକସଂପର୍କ ବିଭାଗ ପକ୍ଷରୁ ଟ୍ବିଟ୍ ଯୋଗେ ସୂଚନା ପ୍ରଦାନ କରାଯାଇଛି । ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ୧୭୪ ଜଣ କ୍ବାରେଣ୍ଟାଇନ୍‌ରେ ରହିଥିବା ବେଳେ ୧୨୩ଜଣ ସ୍ଥାନୀୟ ବାସିନ୍ଦା ରହିଛନ୍ତି ।

ଚିହ୍ନଟ ହୋଇଥିବା ସଂକ୍ରମିତଙ୍କ ମଧ୍ୟରୁ ଅନୁଗୁଳ ଜିଲ୍ଲାରୁ ୯ଜଣ, ବାଲେଶ୍ୱର ଜିଲ୍ଲାରୁ ୬ଜଣ, ବରଗଡ଼ ଜିଲ୍ଲାରୁ ୧୮ଜଣ, ଭଦ୍ରକ ଜିଲ୍ଲାରୁ ୨ଜଣ, ବଲାଙ୍ଗୀର ଜିଲ୍ଲାରୁ ୫ଜଣ, କଟକ ଜିଲ୍ଲାରୁ ୧୭ଜଣ, ଢେଙ୍କାନାଳ ଜିଲ୍ଲାରୁ ଜଣେ, ଗଞ୍ଜାମ ଜିଲ୍ଲାରୁ ୭ଜଣ, ଜଗତସିଂହପୁର ଜିଲ୍ଲାରୁ ୨ଜଣ, ଯାଜପୁର ଜିଲ୍ଲାରୁ ୫ଜଣ, ଝାରସୁଗୁଡ଼ା ଜିଲ୍ଲାରୁ ୫ଜଣ, କଳାହାଣ୍ଡି ଜିଲ୍ଲାରୁ ୫୭ଜଣ, କେନ୍ଦ୍ରାପଡ଼ା ଜିଲ୍ଲାରୁ ୨ଜଣ, କେନ୍ଦୁଝର ଜିଲ୍ଲାରୁ ୧୨ଜମ, ଖୋର୍ଦ୍ଧା ଜିଲ୍ଲାରୁ ୩୩ଜଣ, କୋରାପୁଟ ଜିଲ୍ଲାରୁ ୫ଜଣ, ମୟୁରଭଞ୍ଜ ଜିଲ୍ଲରାୁ ୭ଜଣ, ନବରଙ୍ଗପୁର ଜିଲ୍ଲାରୁ ୩ଜଣ, ନୟାଗଡ଼ ଜିଲ୍ଲାରୁ ୨ଜଣ, ନୂଆପଡ଼ା ଜିଲ୍ଲାରୁ ୩୧ଜଣ, ପୁରୀ ଜିଲ୍ଲାରୁ ୬ଜଣ, ସମ୍ବଲପୁର ଜିଲ୍ଲାରୁ ୧୭ଜଣ, ସୋନପୁର ଜିଲ୍ଲାରୁ ୩ଜଣ, ସୁନ୍ଦରଗଡ଼ ଜିଲ୍ଲାରୁ ୩୮ଜଣ, ଷ୍ଟେଟ ପୁଲ୍‌ରୁ ୪ଜଣ ରହିଛନ୍ତି ।

Leave a Reply

Your email address will not be published. Required fields are marked *